ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୨୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୩ ଜଣ, କଟକ ଜିଲ୍ଲାର ୨ ଜଣ ରହିଥିବା ବେଳେ ବାଲେଶ୍ୱର, ଗଂଜାମ,ମୟୁରଭଂଜ, କଳାହାଣ୍ଡି, ଓ ସୁବର୍ଣପୁର ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
କଟକ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରେ ପାଡିତ ଥିଲେ । କଟକ ଜିଲ୍ଲାର ଜଣେ ୭୪ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କଳାହାଣ୍ଡି ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
ମୟୁରଭଂଜ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । ସୁବର୍ଣପୁର ଜିଲ୍ଲାର ଜଣେ ୮୪ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ ।