
ମାଲକାନଗିରି-ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳରେ ଥିବା ୯ ଟି ପଞ୍ଚାୟତରେ ଗୁରୁପ୍ରିୟା ସେତୁ ନିର୍ମାଣ ହେବା ପରେ ବିକାଶ କାର୍ଯ୍ୟ ଦ୍ରୁତଗତିରେ ଆଗେଇଚାଲିଛି !ହେଲେ ଏବେବି ବହୁ ଅଞ୍ଚଳରେ ଲୋକଙ୍କ ପାଖରେ ମୌଳିକ ସୁବିଧା ସୁଯୋଗ ପହଞ୍ଚି ପାରିନାହିଁ !ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡମ୍ବରୁ ଶୀଶା ସ୍ୱାଭିମାନ ଅଞ୍ଚଳର ଯୋଡ଼ାମ୍ବ, ଦରଲାବେଡା, କୁନ୍ତୁରପଦର,, ପେ ପରମେଟାଲ, ଯନ୍ତ!ପାଇଁ, ଭଳି ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ କରାଇବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ !ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ତରଫରୁ ଚାଲିଥିବା ସମସ୍ତ ବିକାଶ କାର୍ଯ୍ୟକୁ ଲୋକେ ସମର୍ଥନ କରିବାସହ ସହଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ !ସ୍ୱାଭିମାନ ଅଂଚଳର ବିଭିନ୍ନ ସମସ୍ୟା ବିଷୟରେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ସମାଧାନ କରିବେ ବୋଲି ପ୍ରତିଶୃତି ଦେଇଥିଲେ !ଅପରପକ୍ଷେ ସ୍ୱାଭିମାନ ଅଞ୍ଚଳ ରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇ ଥିବାରୁ ଶ୍ରୀ ଶୀଶା ଖୁସି ଜାହିର କରିଥିଲେ !ଲୋକଙ୍କୁ ମଧ୍ୟ ସୁରକ୍ଷାକର୍ମୀ ସହଯୋଗ କରୁଥିବା ଏବଂ ସବୁ ପ୍ରକାର ସୁରକ୍ଷା ପ୍ରଦାନ କରୁଥିବା ଅଞ୍ଚଳ ବାସୀ ପୂର୍ବତନ ବିଧାୟକ କୁ କହିଥିଲେ !
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO