ଭୁବନେଶ୍ବର। କରୋନା ସଂକ୍ରମିତ ହୋଇଥିବା ଦୁଇ ମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସେ ଟ୍ବିଟ କରି କହିଛନ୍ତି ଯେ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ ଓ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କୋଭିଡ ସଂକ୍ରମିତ ହେବା ଜାଣି ଫୋନ ଯୋଗେ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଲି। ଉଭୟଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।