ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୦ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୭ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ଜଣେ, ମାଥିଲି ବ୍ଲକରୁ ୨ ଜଣ, କୋରକୁଣ୍ଡା ବ୍ଲକରୁ ୪ ଜଣ, କାଲିମେଳା ବ୍ଲକରୁ ୭ ଜଣ ଏବଂ ଖଇରପୁଟ ବ୍ଲକରୁ ଜଣେ ରହିଛନ୍ତି । ଏମାନଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ରହିଛନ୍ତି । ଆଜି ଚିହ୍ନଟ ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୬ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୨ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୨୫୩୪ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୨୬୮ ରହିଛି । ଏବଂ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ରହିଛି ।