ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କଟକ ଜିଲ୍ଲାର ୪ ଜଣ, ଖୋର୍ଧା ଜିଲ୍ଲାର ୨ ଜଣ ତଥା ବଲାଙ୍ଗୀର ଜିଲ୍ଲାର ୨ ଜଣ ରହିଥିବା ବେଳେ କନ୍ଧମାଳ. ନୟାଗଡ ,ମୟୁରଭଂଜ ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୩୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ବଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ବଲାଙ୍ଗୀର ଜିଲ୍ଲାର ହିଁ ଅନ୍ୟ ଜଣେ ୪୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ମଧୁମେହରେ ପୀଡିତ ଥିଲେ ।
କଟକ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟାନ୍ୟ ରୋଗରେ ପାଡିତ ଥିଲେ । କଟକ ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୮ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ ।
କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ନୟାଗଡ ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।
ମୟୁରଭଂଜ ଜିଲ୍ଲାର ଜଣେ ୫୮ବର୍ଷୀୟ ପୁୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ ।