ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କଟକ ଜିଲ୍ଲାର ୩ ଜଣ, ବୌଦ୍ଧ. କନ୍ଧମାଳ, ରାୟଗଡା, ସମ୍ବଲପୁର, ସୁବର୍ଣପୁର ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି ।
କଟକ ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୫୨ ବର୍ଷୀୟ ମହିଳା କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କନ୍ଧମାଳ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପାଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୫୧୮ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁବର୍ଣପୁର ଜିଲ୍ଲାର ଜଣେ ୭୦ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ ।