ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲା ବାହାରେ ଅନ୍ୟ ଦୁଇ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୭୧କୁ ବୃଦ୍ଧି ପାଇଛି । ୫୦୫ ନମୂନା ସଂଗ୍ରହ ପରେ ର୍ୟାପିଡ଼୍ ଆଂଟିଜେନ ଓ ଆରଟି-ପିସିଆର୍ ଟେଷ୍ଟ କରାଯାଇଥିଲା । ଏହି ପରୀକ୍ଷାରୁ ୭ଟି ରିପୋର୍ଟ ପଜିଟିଭ୍ ଆସିଥିଲା । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ, କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତମାନଙ୍କୁ ହୋମ୍ ଆଇସୋଲେସନରେ ପଠାଇ ଦିଆଯାଇଥିବା ନେଇ ପ୍ରଶାସନ ସୂତ୍ରରୁ ପ୍ରକାଶ ।
ନୂଆ ଚିହ୍ନଟ ଏହି ୯ ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୪ ଜଣ ମହିଳା ରହିଛନ୍ତି । ଜଣେ ଜିଲ୍ଲା ବାହାରୁ ରହିଛନ୍ତି । ଏହି ଆକ୍ରାନ୍ତ ମାନଙ୍କର ବୟସ ୧୮ ବର୍ଷରୁ ୬୦ ବର୍ଷ ମଧ୍ୟରେ ରହିଛି । ସେମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୨ ଜଣ, ଗୋଷାଣି ବ୍ଲକରୁ ୨ ଜଣ, ଗୁମ୍ମା ବ୍ଲକରୁ ଜଣେ, କାଶୀନଗର ବ୍ଲକରୁ ଜଣେ, ମୋହନା ବ୍ଲକରୁ ଜଣେ, ନୂଆଗଡ଼ ବ୍ଲକରୁ ଜଣେ ଏବଂ ଜିଲ୍ଲା ବାହାରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ଏହି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ବାହାରେ ହସ୍ପିଟାଲରେ ଅନ୍ୟ ଦୁଇ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।