ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ପୁରୀ ଓ ସମ୍ବଲପୁର ଜିଲ୍ଲାର ୩-୩ ଜଣ ତଥା ଖୋର୍ଧା ଜିଲ୍ଲାର ୨ ଜଣ ଥିବା ବେଳେ କଳାହାଣ୍ଡି, ମୟୁରଭଂଜ ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲାର ଜଣେ ୫୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି ।
ଖୋର୍ଧା ଜିଲ୍ଲାର ଜଣେ ୬୧ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଖୋର୍ଧା ଜିଲ୍ଲାର ଜଣେ ୫୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ପୁରୀ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପାଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୮୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ମଧୁମେହ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନି ରୋଗ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ସୁନ୍ଦରଗଡ ଜିଲ୍ଲାର ଜଣେ ୩୧ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ