
ଭୁବନେଶ୍ୱର – ରାଜ୍ୟରେ ଗୋଟିଏ ଦିନରେ ୪୨୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୧୬୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।
ରାଜ୍ୟରେ ବର୍ତମାନ ସୁଦ୍ଧା ୧୨୯୮୫୯ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩୬୫୮୦
ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୨୪୧ ଜଣଙ୍କ ମଧ୍ୟରୁ ୨୫୦୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୩୯ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୬୪୭ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।