ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଓ ପୁରୀ ଜିଲ୍ଲାରୁ ୪ -୪ ଜଣ, ଗଜପତି ଜିଲ୍ଲାରୁ ୨ ଜଣ , ବାଲେଶ୍ୱର, କଟକ ଓ ସୁବର୍ଣପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୪୩ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି ।
ଭୁୁବନେଶ୍ୱରର ଜଣେ ୭୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୬୮ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହୃଦୟ ରୋଗରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଗଜପତି ଜିଲ୍ଲାର ୫୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୫୦ ବର୍ଷୀୟ ମହିଳାଙ୍କ ମଧ୍ୟ କରୋନାରେ ମୃତ୍ୟୁ ଘଟିଛି ।
ପୁରୀ ଜିଲ୍ଲାର ଜଣେ ୮୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପାଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ସୁୁବର୍ଣପୁର ଜିଲ୍ଲାର ଜଣେ ୭୨ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।