ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୫ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୦ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୬ ଜଣ, ମାଲକାନଗିରି ବ୍ଲକରୁ ୨ ଜଣ, ମାଥିଲି ବ୍ଲକରୁ ୩ ଜଣ, କୋରକୁଣ୍ଡା ବ୍ଲକରୁ ୩ ଜଣ ଏବଂ କାଲିମେଳା ବ୍ଲକରୁ ୪ ଜଣ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୦ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୪ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୪ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୨୫୯୬ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୩୩୧ ରହିଛି । ଏବଂ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ରହିଛି ।