ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୯୧ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡା ଓ ସମ୍ବଲପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।