
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦୧ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ପୁରୀ ଓ କଟକ ଜିଲ୍ଲାରୁ ୨-୨ ଜଣ, ବଲାଙ୍ଗୀର, ଗଂଜାମ, କଳାହାଣ୍ଡି, ଖୋର୍ଧା, ମୟୁରଭଂଜ ଓ ଓ ସମ୍ବଲପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।