ନୂଆଦିଲ୍ଲୀ- ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭,୩୧,୫୩୪ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬,୪୩,୯୨,୫୯୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇଏମସିଆର ପକ୍ଷରୁ ସୂଚନା ଦିଆ ଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୮୬,୯୬୧ ନୂଆ ମାମଲା, ୧,୧୩୦ ଜଣଙ୍କର ମୃତ୍ୟୁ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୮୬,୯୬୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୧,୧୩୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪,୮୭,୫୮୧ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦,୦୩,୨୯୯ ଥିବା ବେଳେ ବର୍ତମାନ ସୁଦ୍ଧା ୮୭,୮୮୨ ଜଣ ମୃତ୍ୟୁ ବରଣ କରିଛନ୍ତି ।