ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ୨-୨ ଜଣ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଧା ଓ ମୟୁରଭଂଜ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୪୮ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାର ଜଣେ ୩୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାର ଜଣେ ୫୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
କେନ୍ଦୁଝର ଜିଲ୍ଲାର ଜଣେ ୩୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
କେନ୍ଦୁଝର ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୯୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ମୟୁରଭଂଜ ଜିଲ୍ଲାର ଜଣେ ୭୪ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ନବରଙ୍ଗପୁର ଜିଲ୍ଲାର ଜଣେ ୨୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ସିକଲସେଲରେ ପୀଡିତ ଥିଲେ । ନବରଙ୍ଗପୁର ଜିଲ୍ଲାର ଜଣେ ୫୧ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନୀ ରୋଗରେ ପୀଡିତ ଥିଲେ ।