
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ୨-୨ ଜଣ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଧା ଓ ମୟୁରଭଂଜ ଜିଲ୍ଲାର ଜଣେ ଜଣେ ଅଛନ୍ତି ।