ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୩ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୬ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୯ ଜଣ, ମାଲକାନଗିରି ବ୍ଲକରୁ ୯ ଜଣ, ମାଥିଲି ବ୍ଲକରୁ ୨ ଜଣ, କାଲିମେଳା ବ୍ଲକରୁ ୧୫ ଜଣ, ଖଇରପୁଟ ବ୍ଲକରୁ ୯ ଜଣ, ଚିତ୍ରକୋଣ୍ଡା ବ୍ଲକରୁ ୨ ଜଣ, ପଡ଼ିଆ ବ୍ଲକରୁ ୫ ଜଣ ଏବଂ କୋରକୁଣ୍ଡା ବ୍ଲକରୁ ୨ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ୫ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨୮ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୧୭ ଜଣ ସଂକ୍ରମିତ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୨୭୪୪ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୩୧ ରହିଛି । ଏବଂ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ରହିଛି ।